Bahuda yatra: ବାହୁଡ଼ିବେ ମଣିମା: ଅପେକ୍ଷାରେ ତିନି ରଥ, ସଅଳ ପହଣ୍ଡି, ରଥଟଣା ପ୍ରସ୍ତୁତି

1 week ago 5
ARTICLE AD BOX

ପୁରୀ: ସରି ଆସିଲାଣି ଆଡ଼ପମଣ୍ଡପ ଲୀଳା। ଏବେ ଜନ୍ମବେଦି ଛାଡ଼ି ରତ୍ନବେଦିକୁ ଲେଉଟିବାର ବେଳ। ସେନାପଟା ଲାଗି ସରିଲାଣି। ଆଡ଼ପମଣ୍ଡପରେ ଚାର ବନ୍ଧା ସରିଛି। ସଅଳ ପହଣ୍ଡି ହୋଇ ଚତୁର୍ଦ୍ଧା ବିଗ୍ରହ ରଥ ଉପରେ ବିରାଜମାନ କରିବା ପାଇଁ ରଥରେ ମଧ୍ୟ ଚାରମାଳ ବନ୍ଧା ଶେଷ ହୋଇଛି। ବଡ଼ଦାଣ୍ଡ ଧୋଇ ଶୋଧ କରିଦେଇଛନ୍ତି ଇନ୍ଦ୍ର ଦେବ। ମହାପ୍ରଭୁଙ୍କ ବାହୁଡ଼ା ପର୍ବ ଦେଖିବାକୁ ପହଞ୍ଚି ସାରିଲେଣି ଭକ୍ତ। ଶୀଘ୍ର ବାହୁଡ଼େଇ ନେବା ପାଇଁ ଆରମ୍ଭ ହୋଇଗଲାଣି ନୀତିକାନ୍ତି।

Gambling: ଅନ୍ତଃରାଜ୍ୟ ଜୁଆ ଆଡ୍ଡା ଉପରେ ଚଢ଼ାଉ, ୧୧ଜଣ ଗିରଫ

ସନ୍ଧ୍ୟା ଦର୍ଶନ ସଅଳ ବନ୍ଦ କରି ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ବାହୁଡ଼ା ପ୍ରସ୍ତୁତି। ବାହୁଟ କଣ୍ଟ, ଚାରବନ୍ଧା ସହ କୁସୁମି ଲାଗି ଶେଷ ହୋଇ ସାରିଛି। ବିଶ୍ବାବସୁ ବିନାୟକ ଦାସ ମହାପାତ୍ରଙ୍କ ସୂଚନା ଅନୁଯାୟୀ, ଆଜି ଖଣ୍ଡୁଆ ପଡ଼ି ମହାପ୍ରଭୁ ଠିଆ ପହୁଡ଼ ଯିବେ। ଖଟ ଶେଜ ଲାଗିବ ନାହିଁ। ଚାର ବନ୍ଧା ହେବାକୁ ଥିବାରୁ ଖଟ ଶେଜ ଲାଗି ହୋଇପାରିବ ନାହିଁ। ନୀତିକାନ୍ତି ସଅଳ ସମାପନ ହୋଇ ସମ୍ଭବତଃ ସକାଳ ୮ଟାରୁ ୯ଟା ମଧ୍ୟରେ ପହଣ୍ଡି କରିବା ନେଇ ଲକ୍ଷ୍ୟ ରଖାଯାଇଛି। ଯଦିଓ ନୀତି ନିର୍ଘଣ୍ଟ ପୁସ୍ତିକାରେ ବାହୁଡ଼ା ପହଣ୍ଡି ଦିନ ୧୨ଟାରୁ ଆରମ୍ଭ ହେବା ନେଇ ଉଲ୍ଲେଖ ରହିଛି, କିନ୍ତୁ ଏହାକୁ ସଅଳ କରିବା ଲକ୍ଷ୍ୟରେ ନୀତିକାନ୍ତି ଆଗେଇ ଚାଲିଛି।

ଶ୍ରୀମନ୍ଦିର ପ୍ରଶାସନର ନୀତିକାନ୍ତି ମୁତାବକ ଠିଆପହୁଡ଼ ହୋଇଥିବାରୁ ୨୪ ତାରିଖରେ ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ସାଢ଼େ ୪ଟାରେ ତଡ଼ପଲାଗି, ରୋଷହୋମ, ଅବକାଶ, ସୂର୍ଯ୍ୟପୂଜା, ଦ୍ବାରପାଳ ପୂଜା, ବେଶ ଶେଷ ହୋଇ ଭୋର ୫ଟା ୪୫ରୁ ୬ଟା ୪୫ ମଧ୍ୟରେ ଗୋପାଳବଲ୍ଲଭ ଓ ସକାଳ ଧୂପ ଖେଚୁଡ଼ି ଭୋଗ ଶେଷ ହେବ। ସକାଳ ୭ରୁ ସେନାପଟା ଲାଗି ହେବ। ଶ୍ରୀମନ୍ଦିର ପ୍ରଶାସନ ପୁସ୍ତିକା ମୁତାବକ ଅପରାହ୍‌ଣ ସାଢ଼େ ୨ଟା ସୁଦ୍ଧା ପହଣ୍ଡି ଶେଷ ହୋଇ ସାଢ଼େ ୨ଟାରୁ ସାଢ଼େ ୩ଟା ମଧ୍ୟରେ ଛେରାପହଁରା ସାରିବା ଲକ୍ଷ୍ୟ ରହିଛି। ପରେ ଚାରମାଳ ଫିଟି, ଘୋଡ଼ା ଲାଗି ଅପରାହ୍‌ଣ ୪ଟାରେ ରଥଟଣା ଆରମ୍ଭ ହେବ। ମହାପ୍ରଭୁ ରଥରେ ଶ୍ରୀନଅର ନିକଟରେ ପହଞ୍ଚିବା ପରେ ବାହୁଡ଼ା ଦଶମୀରେ ଲକ୍ଷ୍ମୀନାରାୟଣ ଭେଟ ନୀତିକାନ୍ତି ରହିଥିବାରୁ ସନ୍ଧ୍ୟା ସାଢ଼େ ୭ଟା ପୂର୍ବରୁ ରଥ ପହଞ୍ଚିବା ନେଇ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି।

Agriculture: କୃଷି ସଚିବ ଆସିବେ ଏସିଆ ମହାଦେଶର ସର୍ବବୃହତ୍ ସୁକିନ୍ଦା ବିହନ ଫାର୍ମ

ବାହୁଡ଼ାଯାତ୍ରା ପାଇଁ ୨ ଶହ ପ୍ଲାଟୁନରୁ ଅଧିକ ପୁଲିସ ଫୋର୍ସ ନିୟୋଜିତ ହୋଇଛନ୍ତି। ଭକ୍ତଙ୍କ ଯାତାୟାତ ପାଇଁ ସ୍ବତନ୍ତ୍ର ଟ୍ରାଫିକ୍‌ ରୁଟ୍‌ ନିର୍ଦ୍ଧାରିତ ହୋଇଛି। ଭୁବନେଶ୍ବର, କୋଣାର୍କ ରୋଡ୍‌ ଓ ବ୍ରହ୍ମଗିରି ରୋଡ୍‌ ଦିଗରୁ ଆସୁଥିବା ବ୍ୟକ୍ତିବିଶେଷଙ୍କ ପାଇଁ ଚାରିଚକିଆ ଓ ଦୁଇଚକିଆ ଯାନ ରଖିବା ପାଇଁ ସ୍ବତନ୍ତ୍ର ସ୍ଥାନ ସ୍ଥିର ହୋଇଛି।

Read Entire Article
LEFT SIDEBAR AD

Hidden in mobile, Best for skyscrapers.