ARTICLE AD BOX
ନୂଆପଡ଼ା ଜିଲ୍ଲାରୁ ଆସିଛି ଏକ ଚାଞ୍ଚଲ୍ୟକର ଘଟଣା। ଗାଁ ପୋଖରୀରେ ଭାସୁଥିବା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ପୁଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିବାବେଳେ ଘଟଣାର ତଦନ୍ତ ଆରମ୍ଭ କରିଛି।
youth body recovered Photograph: (sambad.in)ନୂଆପଡ଼ା: ନୂଆପଡ଼ା ଜିଲ୍ଲାରୁ ଆସିଛି ଏକ ଚାଞ୍ଚଲ୍ୟକର ଘଟଣା। ଗାଁ ପୋଖରୀରେ ଭାସୁଥିବା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ପୁଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିବାବେଳେ ଘଟଣାର ତଦନ୍ତ ଆରମ୍ଭ କରିଛି।
Fisherman Missing: ମାଛ ଧରିବାକୁ ଯାଇ ମତ୍ସ୍ୟଜୀବୀ ନିଖୋଜ
ବିଭିନ୍ନ ଦିଗରୁ ତଦନ୍ତ ଜାରି
ନୂଆପଡ଼ା ଜିଲ୍ଲାର ଟାଉନ ପଞ୍ଚାୟତ ଅନ୍ତର୍ଗତ ରତିପାଲି ଗାଁର ଏକ ପୋଖରୀରେ ଆଜି ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ସ୍ଥାନୀୟ ଲୋକେ ତୁରନ୍ତ ନୂଆପଡ଼ା ପୁଲିସକୁ ଖବର ଦେଇଥିଲେ। ସୂଚନା ପାଇ ପୁଲିସ ଓ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ପୋଖରୀରୁ ମୃତଦେହକୁ ଉଦ୍ଧାର କରିଥିଲେ। ମୃତକଙ୍କ ପରିଚୟ ସିର୍ତ୍ତୋଲ ଗ୍ରାମର ରୋହିତ କୁମାର ଜଗତ ବୋଲି ଜଣାପଡ଼ିଛି । ତେବେ କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ଘଟିଲା, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ପୁଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବାବେଳେ ମୃତ୍ୟୁର ପ୍ରକୃତ କାରଣ ଜାଣିବା ପାଇଁ ବିଭିନ୍ନ ଦିଗରୁ ତଦନ୍ତ ଜାରି ରଖିଛି ।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

3 weeks ago
13


