Death: ହାଇୱା ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ

1 month ago 14
ARTICLE AD BOX

ବ୍ରହ୍ମପୁର: ଗଞ୍ଜାମଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭାଟକୁମରଡ଼ା କଲେଜ ଛକରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱା ଧକ୍କାରେ ଜଣେ ବାଇକ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ମୃତକ ହେଲେ ନାଇଡୁପଲ୍ଲୀ ଗ୍ରାମର ବାବୁ ସାସମଲ ।

ଘଟଣାସ୍ଥଳରେ ମୃତ୍ୟୁ

ସୂଚନା ଅନୁଯାୟୀ, ବାବୁ ନିଜ ବାଇକରେ ଯାଉଥିବା ବେଳେ ଏକ ଦ୍ରୁତଗାମୀ ହାଇୱା ତାଙ୍କୁ ଧକ୍କା ଦେଇଥିଲା । ଧକ୍କା ଏତେ ଜୋରଦାର ଥିଲା ଯେ, ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ପରେ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା । କ୍ଷୁବ୍ଧ ସ୍ଥାନୀୟ ଲୋକେ ପୁରୁଷୋତ୍ତମପୁର–ବ୍ରହ୍ମପୁର ମୁଖ୍ୟ ସଡ଼କ ଅବରୋଧ କରି ପ୍ରତିବାଦ କରିଥିଲେ । ଫଳରେ କିଛି ସମୟ ପାଇଁ ଯାତାୟତ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିଲା । ଖବର ପାଇ ପୁରୁଷୋତ୍ତମପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହ ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି । ଦୁର୍ଘଟଣାର ସଠିକ୍ କାରଣ ଜାଣିବା ପାଇଁ ପୁଲିସ ଅଧିକ ତଦନ୍ତ ଜାରି ରଖିଛି ।

Gang Loot: ଗ୍ୟାଙ୍ଗସ୍ ଅଫ୍ ‘ଏନ୍ଏଚ୍ ୫୫’: ଦୁଇ ମଦ ବ୍ୟବସାୟୀଙ୍କୁ ଲୁଟିଲେ ଦୁର୍ବୃତ୍ତ

Read Entire Article
LEFT SIDEBAR AD

Hidden in mobile, Best for skyscrapers.