ARTICLE AD BOX
ଭୁବନେଶ୍ୱର: ଆଜି (ଗୁରୁବାର) ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ସହରାଞ୍ଚଳ ପାନୀୟ ଜଳ ପ୍ରକଳ୍ପର ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କାର୍ଯ୍ୟକାରି କରିବା, ନୂତନ ହସ୍ପିଟାଲ୍ ନିମନ୍ତେ ଜମି ଚିହ୍ନଟ ଆଦି ପ୍ରସଙ୍ଗକୁ ଗୁରୁତ୍ବ ଦିଆଯାଇଥିଲା।
Review meeting: ଭୁବନେଶ୍ୱର ଆଉଟର ରିଂ ରୋଡ୍ ପ୍ରକଳ୍ପର ନୂଆ ଆଲାଇନ୍ମେଣ୍ଟ ଉପରେ ଆଲୋଚନା
ବୈଠକରୁ ମିଳିଥିବା ସୂଚନାରେ, ଗୃହ ଓ ନଗର ଉନ୍ନୟନ, ଶ୍ରମ ଓ କର୍ମଚାରୀ ରାଜ୍ୟବୀମା , ମହିଳା ଓ ଶିଶୁ ବିକାଶ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ହସ୍ତତନ୍ତ, ବୟନ ଶିଳ୍ପ ଓ ହସ୍ତଶିଳ୍ପ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି, ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଏମ୍ଏସ୍ଏମ୍ଇ ବିଭାଗର ବିଭିନ୍ନ ପ୍ରସଙ୍ଗ ସ୍ଥାନ ପାଇଥିଲା।
ନଗର ଉନ୍ନୟନ ବିଭାଗ ପକ୍ଷରୁ ଜଳଯୋଗାଣ ଓ ବିଭିନ୍ନ ପ୍ରକଳ୍ପଗୁଡ଼ିକରେ ଜମି ସମ୍ବନ୍ଧୀୟ ସମସ୍ୟା ଦୂର କରିବା ଉପରେ ଆଲୋଚନା ହୋଇଥିଲା। ଖୋର୍ଦ୍ଧା, ସମ୍ବଲପୁର ଓ କଟକ ଜିଲ୍ଲାର ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଜମି ସମସ୍ୟାର ସମାଧାନ ପାଇଁ ଜିଲ୍ଲାପାଳମାନଙ୍କ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଉପରେ ଗୁରୁତ୍ୱ ଦିଆଯାଇଥିଲା।
Bhubaneswar railway station: ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ କାମର ସମୀକ୍ଷା: ଡିସେମ୍ବରକୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ କଣ୍ଟ
ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ବର୍ଜ୍ୟ ପରିଚାଳନା ନିୟମର ଜିଲ୍ଲାସ୍ତରୀୟ ଅନୁପାଳନର ସମୀକ୍ଷା କରାଯାଇଥିଲା। ଶ୍ରମ ଓ ଇଏସ୍ଆଇ ବିଭାଗ ପକ୍ଷରୁ ୧୦୦ ଶଯ୍ୟା ବିଶିଷ୍ଟ ଇଏସ୍ଆଇ ହସ୍ପିଟାଲ୍ ପାଇଁ ଜମିର ସୁବ୍ୟବସ୍ଥା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବାୟୋମେଡିକାଲ୍ ବର୍ଜ୍ୟ ପରିଚାଳନା, ପ୍ରାଥମିକ, ସ୍ୱାସ୍ଥ୍ୟକେନ୍ଦ୍ର ପାଇଁ ଜମି, ଆୟୁଷ ମେଡିକାଲ୍ କଲେଜ୍, ଆମ ହସ୍ପିଟାଲ୍ କାର୍ଯ୍ୟ ଏବଂ ଜାତୀୟ ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମ ଆଦି ଉପରେ ବିସ୍ତୃତ ଆଲୋଚନା ହୋଇଥିଲା।
ରାଜ୍ୟରେ ୩୦ଟି ଜିଲ୍ଲାରେ ୩୦ଟି ଏମ୍ଏସ୍ଏମ୍ଇ ପାର୍କ ବିକଶିତ କରିବାର ଯୋଜନା ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା । ବୈଠକରେ ସମସ୍ତ ଜିଲ୍ଲାପାଳଙ୍କୁ ନିଜ ନିଜ ଜିଲ୍ଲାରେ ସମ୍ପୃକ୍ତ ବିଭାଗ ସହ ସମନ୍ୱୟ ରଖି ଜମି ଅଧିଗ୍ରହଣ, ପ୍ରକଳ୍ପ ଅନୁମୋଦନ, ନିର୍ମାଣ ଓ କାର୍ଯ୍ୟାନ୍ୱୟନ ସମ୍ପର୍କିତ ସମସ୍ୟାଗୁଡ଼ିକର ସମୟସୀମା ମଧ୍ୟରେ ସମାଧାନ କରିବା ସହ ନିୟମିତ ଭାବେ ପ୍ରଗତିର ସମୀକ୍ଷା କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା।
Rural Development ଗ୍ରାମୀଣ ବିକାଶରେ ନବଜାଗରଣ ଆବଶ୍ୟକ: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ
ଜିଲ୍ଲାସ୍ତରୀୟ ନିରୀକ୍ଷଣ ଓ ବିଭାଗୀୟ ସମନ୍ୱୟ ମାଧ୍ୟମରେ ଅନୁମୋଦିତ ପ୍ରକଳ୍ପ ଓ ଯୋଜନାଗୁଡ଼ିକର ଲାଭ ଲୋକଙ୍କ ନିକଟରେ ଯେପରି ଶୀଘ୍ର ପହଞ୍ଚି ପାରିବ, ସେ ସଂପର୍କରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ଗୁରୁତ୍ୱାରୋପ କରିଥିଲେ। ବୈଠକରେ ଉନ୍ନୟନ କମିସନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ, ଗୃହ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଊଷା ପାଢ଼ୀଙ୍କ ସମେତ ଅନ୍ୟ ସଂପୃକ୍ତ ବିଭିନ୍ନ ବିଭାଗର ସଚିବ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ସମସ୍ତ ଜିଲ୍ଲାପାଳ ଆଭାସୀ ମାଧ୍ୟମରେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

5 hours ago
1


