Dubai: ଦୁବାଇରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

1 week ago 6
ARTICLE AD BOX

ଦୁବାଇ /ଭୁବନେଶ୍ୱର: ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗତକାଲି ରାତିରେ ଦୁବାଇରେ ପହଞ୍ଚିଛନ୍ତି l ଦୁବାଇରେ ତାଙ୍କୁ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ଏବଂ ସେଠାରେ ବସବାସ କରୁଥିବା ଓଡ଼ିଆ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ୱାଗତ ଜଣାଇଥିଲେ। ଆଜିଠାରୁ ଦୁବାଇରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ନିବେଶକ ଓ ଶିଳ୍ପ ପ୍ରତିନିଧିମାନଙ୍କ ସହ ବିଭିନ୍ନ ଉଚ୍ଚସ୍ତରୀୟ ଆଲୋଚନା ଆରମ୍ଭ ହେବ। ଏହି ଅବସରରେ ଓଡ଼ିଶାର ନିବେଶ ସୁଯୋଗ ଓ ଶିଳ୍ପ ସମ୍ଭାବନାକୁ ବିଶ୍ୱ ସମ୍ମୁଖରେ ପ୍ରଦର୍ଶିତ କରାଯିବ। ଉଲ୍ଲେଖ ଥାଉ କି ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆବୁଧାବିସ୍ଥିତ ଇଣ୍ଟରନ୍ୟାସନାଲ୍‌ ହୋଲ୍‌ଡିଂ କର୍ପୋରେସନ୍‌ (ଆଇଏଚ୍‌ସି) ମୁଖ୍ୟ କାର୍ଯ୍ୟାଳୟ ପରିଦର୍ଶନ କରି ନିବେଶ ସମ୍ପର୍କ ଅଭିଯାନ ଆରମ୍ଭ କରିଥିଲେ ।

ଆହୁରି ପଢନ୍ତୁ: Nandankanan: ନନ୍ଦନକାନନରେ ନୂଆ ଉତ୍ସାହ: ଛାଡ଼ୁନାହାନ୍ତି କେୟାର୍‌ଟେକର୍‌ଙ୍କ କୋଳ, କଣ୍ଢେଇ ଧରି ଖେଳୁଛନ୍ତି ଓରାଂଉଟାନ

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଓଡ଼ିଶା ସରକାର, ଆଇଏଚ୍‌ସି ଗ୍ରୁପ୍‌ ଓ ଆଦାନୀ ଗ୍ରୁପ୍‌ ମଧ୍ୟରେ ୧୪ଟି ପ୍ରକଳ୍ପ ପାଇଁ ଚୁକ୍ତି ସ୍ଵାକ୍ଷରିତ ହୋଇଥିଲା। ଏହି ପ୍ରକଳ୍ପଗୁଡ଼ିକରେ ୨,୧୦,୫୦୦ କୋଟି ଟଙ୍କାର ପୁଞ୍ଜିନିବେଶ ଓ ୮.୭ ଲକ୍ଷ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟିର ସମ୍ଭାବନା ରହିଛି। ୟୁଏଇ ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଶିଳ୍ପ, ଗୃହ, ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମାଙ୍କ ସମେତ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ରହିଛନ୍ତି। 

Read Entire Article
LEFT SIDEBAR AD

Hidden in mobile, Best for skyscrapers.