ARTICLE AD BOX
ଭଦ୍ରକ (ହରିହର ନାୟକ): ଭଦ୍ରକ ଜିଲ୍ଲାର ବର୍ତ୍ତମାନ ବନ୍ୟା ପରିସ୍ଥିତିର ସମୀକ୍ଷା ପାଇଁ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଆଜି ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ମାଧପୁର ଏବଂ କରାଣ୍ଡୀମାଳ ଅଞ୍ଚଳ ଗସ୍ତ କରିଥିଲେ।
ଗସ୍ତ ସମୟରେ ଜିଲ୍ଲାପାଳ ବନ୍ୟା ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବା ସହ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରି ସେମାନଙ୍କ ସମସ୍ୟା ସମ୍ପର୍କରେ ଅବଗତ ହୋଇଥିଲେ। ଆଶ୍ରୟସ୍ଥଳ, ରିଲିଫ୍ ବଣ୍ଟନ, ପାନୀୟ ଜଳ, ଖାଦ୍ୟ, ସ୍ୱାସ୍ଥ୍ୟସେବା ଏବଂ ଉଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରି ସମ୍ପୃକ୍ତ ଅଧିକାରୀମାନଙ୍କୁ ସମସ୍ତ ପ୍ରଭାବିତ ପରିବାରଙ୍କୁ ତୁରନ୍ତ ସହାୟତା ପହଞ୍ଚାଇବାକୁ ନିର୍ଦ୍ଦେଶ ଦେଇଥିଲେ।
/filters:format(webp)/sambad/media/media_files/2026/08/02/img-20260802-wa0047-2026-08-02-16-35-26.jpg)
ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ଆବଶ୍ୟକସ୍ଥଳରେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ କରିବା ସହ କୌଣସି ପ୍ରଭାବିତ ପରିବାର ଯେପରି ସରକାରୀ ସହାୟତାରୁ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଜିଲ୍ଲାପାଳ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଜିଲ୍ଲା ପ୍ରଶାସନ ପକ୍ଷରୁ ବନ୍ୟା ପ୍ରଭାବିତ ଅଞ୍ଚଳରେ ରିଲିଫ୍, ଉଦ୍ଧାର ଓ ପୁନର୍ବାସ କାର୍ଯ୍ୟ ସମ୍ପୂର୍ଣ୍ଣ ତତ୍ପରତାର ସହ ଜାରି ରହିଥିବା ବେଳେ ସ୍ଥିତି ଉପରେ ନିରନ୍ତର ନଜର ରଖାଯାଉଛି।

1 month ago
10


