ARTICLE AD BOX
ଲଇକେରା: ଝାରସୁଗୁଡ଼ାଜିଲ୍ଲା ଲଇକେରା ଥାନା ଅନ୍ତର୍ଗତ ନିକ୍ତିମାଲ ଗ୍ରାମରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଖରୀରୁ ଉଦ୍ଧାର ହୋଇଥିବା ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ମୃତକ ହେଲେ ଗ୍ରାମର ଶେଷଦେବ ବେହେରା (୪୮)। ସୂଚନା ଅନୁଯାୟୀ, ଶେଷଦେବ ସୋମବାର ସନ୍ଧ୍ୟାରେ ଘରୁ ବାହାରକୁ ଯାଇଥିଲେ। ରାତି ପର୍ଯ୍ୟନ୍ତ ସେ ଘରକୁ ଫେରିନଥିବାରୁ ପରିବାର ସଦସ୍ୟ ଓ ସ୍ଥାନୀୟ ଲୋକେ ବିଭିନ୍ନ ସ୍ଥାନରେ ତାଙ୍କୁ ଖୋଜାଖୋଜି କରିଥିଲେ।
ଆହୁରି ପଢନ୍ତୁ PM Modi: ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାରେ କଠୋର ଦଣ୍ଡ ଦିଆଯିବ: ଏନଡିଏ ସଂସଦୀୟ ଦଳ ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବଡ଼ ବୟାନ
ତେବେ ମଙ୍ଗଳବାର ସକାଳେ ଗ୍ରାମର ଏକ ପୋଖରୀରେ ତାଙ୍କ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପରିବାରକୁ ଖବର ଦେଇଥିଲେ। ଘଟଣା ସମ୍ପର୍କରେ ଖବର ପାଇ ଲଇକେରା ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ଆଇନଗତ ପ୍ରକ୍ରିୟା ଶେଷ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ୍ୟୁର ପ୍ରକୃତ କାରଣ ଜାଣିବା ପାଇଁ ପୋଲିସ ସମସ୍ତ ଦିଗକୁ ନେଇ ତଦନ୍ତ ଆରମ୍ଭ କରିଛି। ଏନେଇ ଲଇକେରା ଥାନାଧିକାରୀ କୃଷ୍ଣଚନ୍ଦ୍ର ମେହେର କହିଛନ୍ତି ଯେ, ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ।

1 week ago
10


