Low pressure: ବଙ୍ଗୋପସାଗରରେ ଲଘୁଚାପ:ପୁରୀକୁ ରେଡ୍‌ ୱାର୍ଣ୍ଣିଂ

2 weeks ago 10
ARTICLE AD BOX

ଭୁବନେଶ୍ବର: ଆଜି ସକାଳ ସାଢ଼େ ୫ଟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିମି ପର୍ଯ୍ୟନ୍ତ ବିସ୍ତାରିତ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି। ଆଗକୁ ଏହା ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଆଗାମୀ ୨ ଦିନରେ ଉତ୍ତର ଓଡ଼ିଶା ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ପ୍ରଭାବରେ ୧୮ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ତେବେ ଗୁରୁବାର ପୂର୍ବାହ୍ଣ ସୁଦ୍ଧା ପୁରୀ ଓ ଜଗତ୍‌ସିଂହପୁର ଜିଲ୍ଲାର ସ୍ଥାନେ ସ୍ଥାନେ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିବା ସହ ରେଡ୍‌ ୱାର୍ଣ୍ଣିଂ ଜାରି କରିଛି। ରଥଯାତ୍ରାକୁ ନଜରରେ ରଖି ପୁରୀକୁ ଯାଉଥିବା ଶ୍ରଦ୍ଧାଳୁଙ୍କ ପାଇଁ ସତର୍କତା ସୂଚନା ଦିଆଯାଇଛି। 

Nuclear power plant data leaked: କୁଡ଼ନକୁଲମ୍‌ ପରମାଣୁ କେନ୍ଦ୍ରର ତଥ୍ୟ ଲିକ୍‌: ଅନିଲ ଅମ୍ବାନୀଙ୍କ ରିଲାଏନ୍ସ ଗ୍ରୁପ୍‌ ସର୍ଭରରୁ ୮.୫ ଲକ୍ଷ ଫାଇଲ୍ ଚୋରି

ସେହିପରି ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ବୌଦ୍ଧ, କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଅନୁଗୁଳ, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ସମେତ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହୋଇପାରେ। ୧୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଓ ଆଖପାଖ ସମୁଦ୍ର ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ସାମୟିକ ଝଟକା ପବନର ବେଗ ୬୦ କିମି ଛୁଇଁପାରେ। ସାମୁଦ୍ରିକ ପାଣିପାଗ ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀମାନେ ଓଡ଼ିଶା ଉପକୂଳ ସମୁଦ୍ର ଓ ଆଖପାଖ ଅଞ୍ଚଳକୁ ନ ଯିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Ratha yatra: ମଣିମା ଆସିବେ... ସିଂହଦ୍ବାର ଚକଡ଼ାରେ ତିନି ରଥ

Read Entire Article
LEFT SIDEBAR AD

Hidden in mobile, Best for skyscrapers.