Madhu Babu Pension Yojana: ମଧୁବାବୁ ପେନ୍‌ସନ ଯୋଜନା:  ଡିସେମ୍ବରରୁ ପ୍ରତିମାସ ୧୫ ତାରିଖରେ ନିୟମିତ ଭତ୍ତା

2 days ago 3
ARTICLE AD BOX

ବାଲେଶ୍ୱର/ଭୁବନେଶ୍ବର: ରାଜ୍ୟରେ ଭତ୍ତା ବ୍ୟବସ୍ଥାର ସରଳୀକରଣ ହେବ। ଏଥିପାଇଁ ୟୁପିଏମ୍‌ପି ପୋର୍ଟାଲ୍‌ ଆରମ୍ଭ କରାଯାଇଛି। ମଧୁବାବୁ ପେନ୍‌ସନ ଯୋଜନାରେ ନୂତନ ଭାବେ‌ ଯୋଡ଼ି ହୋଇଥିବା ୫ଲକ୍ଷ ହିତାଧିକାରୀ ଅକ୍ଟୋବର ଓ ନଭେମ୍ବର ମାସର ଭତ୍ତା ଏକାଠି ପାଇବେ। ଜିଲ୍ଲା ସ୍ତରରେ ନଭେମ୍ବର ୧୧ ରୁ ୧୩ ଏବଂ ବ୍ଲକ ସ୍ତରରେ ନଭେମ୍ବର ୧୮ ରୁ ୨୦ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଯେଉଁମାନେ ଏଥିରେ ପାଇବେ ନାହିଁ, ସେମାନେ ନଭେମ୍ବର ୨୫ ତାରିଖରେ ନିଜ ନିଜ ପଞ୍ଚାୟତ ବା ମୁନିସିପାଲିଟି କାର୍ଯ୍ୟାଳୟରୁ ନଗଦ ଭତ୍ତା ଗ୍ରହଣ କରିବେ ଏବଂ ଡିସେମ୍ବର ମାସଠାରୁ ପ୍ରତି ମାସର ୧୫ ତାରିଖରେ ନିୟମିତ ଭତ୍ତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି (ମଙ୍ଗଳବାର) ବାଲେଶ୍ବରରେ ଘୋଷଣା କରିଛନ୍ତି। 

Madhubabu Pension Scheme: ମଧୁବାବୁ ପେନ୍‌ସନ୍‌ ଯୋଜନା: ସାମିଲ ହେବେ ଆଉ ୬ ଲକ୍ଷ, ମୁଖ୍ୟମନ୍ତ୍ରୀ-କେନ୍ଦ୍ରମନ୍ତ୍ରୀ ଆଲୋଚନା
ଆବେଦନ କରିଥିବା ପର ମାସଠାରୁ ନିୟମିତ ଭାବେ ଭତ୍ତା ମିଳିବ ଏବଂ ୮୦ ବର୍ଷ ବୟସ୍କ ବ୍ୟକ୍ତିମାନଙ୍କୁ ବର୍ଦ୍ଧିତ ୩,୫୦୦ ଟଙ୍କା ପାଇଁ ପୁନର୍ବାର ଆବେଦନ କରିବାକୁ ପଡିବ ନାହିଁ, ବରଂ ବୟସସୀମା ପୂର୍ଣ୍ଣ ହେଲେ ଏହା ସ୍ୱୟଂକ୍ରିୟ ଭାବେ ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ।

କୋଭିଡ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଅନାଥ, ବିଧବାଙ୍କୁ ୧୫ ଦିନରେ ମଧୁବାବୁ ପେନ୍‌ସନ୍‌ ଦିଅ: ନବୀନ
ଆଜି ବାଲେଶ୍ୱର ସ୍ଥିତ ରିଜର୍ଭ ପୋଲିସ ଲାଇନ ପଡ଼ିଆଠାରେ ଆୟୋଜିତ ମଧୁବାବୁ ପେନସନ ଯୋଜନାରେ ସାମାଜିକ ସୁରକ୍ଷା ଭତ୍ତା ସମ୍ପୂର୍ଣ୍ଣତାର ଶୁଭାରମ୍ଭ ତଥା ୟୁପିଏମ୍‌ପି ( UPMP-'Unified Pension Management Portal) ପୋର୍ଟାଲ ଉନ୍ମୋଚନ ଅବସରରେ  ମୁଖ୍ୟମନ୍ତ୍ରୀ କହିଛନ୍ତି,  ପୂର୍ବ ସରକାରଙ୍କ ସମୟରେ ଉଭୟ ରାଜ୍ୟ ଓ ଜିଲ୍ଲା ପାଇଁ ଏକ ନିର୍ଦ୍ଦିଷ୍ଟ କୋଟା ବ୍ୟବସ୍ଥା ରହିଥିବାରୁ ପେନସନ ପାଉଥିବା ଜଣେ ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ପରଲୋକ ପରେ ହିଁ ଅନ୍ୟ ଜଣେ ଯୋଗ୍ୟ ବ୍ୟକ୍ତିଙ୍କୁ ସ୍ଥାନ ମିଳୁଥିଲା। ଏହି ସମ୍ବେଦନହୀନ ଓ ଅମାନବୀୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ସମାପ୍ତ କରାଯାଇଛି। 

Madhubabu Pension: ରାଜ୍ୟରେ ଭତ୍ତା ଅପେକ୍ଷାରେ ଆଉ ୫ଲକ୍ଷ: ଅକ୍ଟୋବର ପରେ ମଧୁବାବୁ ପେନ୍‌ସନ୍‌ରେ ସାମିଲ ହୋଇପାରନ୍ତି
ଚଳିତ ବର୍ଷ ବଜେଟ୍ ପ୍ରତିଶ୍ରୁତି ଅନୁଯାୟୀ ଆଜି ଆଉ ୫,୦୫,୮୧୭ ଜଣ ଯୋଗ୍ୟ ବ୍ୟକ୍ତିଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯିବା ଫଳରେ ସମୁଦାୟ ହିତାଧିକାରୀଙ୍କ ସଂଖ୍ୟା ୪୧, ୮୦, ୮୨୫କୁ ବୃଦ୍ଧି ପାଇଛି। ଏତିକି ସଂଖ୍ୟକ ହିତାଧିକାରୀଙ୍କ ପରେ ଏହି ଯୋଜନା ବର୍ତ୍ତମାନ ସମ୍ପୂର୍ଣ୍ଣ ସାଚୁରେଶନ ବା ସମ୍ପୂର୍ଣ୍ଣତା  ହାସଲ କରିଛି ।

madhubabu pension1

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୫ ଲକ୍ଷ ଅଧିକ ହିତାଧିକାରୀଙ୍କ ପାଇଁ ବର୍ଷକୁ ମାତ୍ର ୬୨୫ କୋଟି ଟଙ୍କା ଅଧିକ ଖର୍ଚ୍ଚ ହେବ । ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି । ୫୦୦-୬୦୦ କୋଟି ଟଙ୍କା ପାଇଁ ଆମର ଗୁରୁଜନମାନଙ୍କୁ ହନ୍ତସନ୍ତ କରିବା କୌଣସି ଦୃଷ୍ଟିରୁ ଶୋଭନୀୟ ନୁହେଁ ବୋଲି ସେ କହିଥିଲେ । ତେଣୁ, ବୟୋଜ୍ୟେଷ୍ଠଙ୍କ କଲ୍ୟାଣ ପାଇଁ ଏହି ପରିମାଣ ଆମ ସରକାରଙ୍କ ଏକ ସାର୍ଥକ ବିନିଯୋଗ ବୋଲି ସେ ମତବ୍ୟକ୍ତ କରିଥିଲେ ।

ଆଉ ୪ଲକ୍ଷଙ୍କୁ ମଧୁବାବୁ ପେନ୍‌ସନ୍‌: ହିତାଧିକାରୀଙ୍କ ସଂଖ୍ୟା ୩୬.୭୫ ଲକ୍ଷକୁ ବୃଦ୍ଧି
ଏହି ଅବସରରେ ବାଲେଶ୍ୱର ଜିଲ୍ଲାରେ ପ୍ରାୟ ୩୪୦ କୋଟି ଟଙ୍କାର ୭୦ଟି ଉନ୍ନୟନମୂଳକ ପ୍ରକଳ୍ପର (୭୮ କୋଟି ଟଙ୍କାର ୨୮ଟି ପ୍ରକଳ୍ପର ଉଦ୍‌ଘାଟନ ଏବଂ ୨୬୨ କୋଟି ଟଙ୍କାର ୪୨ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର) ଶୁଭାରମ୍ଭ କରାଯାଇଛି।

Neglect: ମଧୁବାବୁ ପେନସେନ୍ ଯୋଜନା; ୧୧,୫୯୩ ଜଣଙ୍କର ଆକାଉଣ୍ଟ ନମ୍ବର ହୋଇନି ବ୍ୟାଙ୍କ ସହ ସଂଯୋଗ
ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ  ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ  ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର,  ଉଚ୍ଚଶିକ୍ଷା ମନ୍ତ୍ରୀ  ସୂର୍ଯ୍ୟବଂଶୀ ସୂରଜ, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ, ସରକାରୀ ଉପମୁଖ୍ୟସଚେତକ ତଥା ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ, ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା  ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡା, ବାଲେଶ୍ୱର ବିଧାୟକ ମାନସ କୁମାର ଦତ୍ତ, ନୀଳଗିରି ବିଧାୟକ ସନ୍ତୋଷ କୁମାର ଖଟୁଆ, ବସ୍ତା ବିଧାୟିକା ସୁବାସିନୀ ଜେନା  ବିଭାଗୀୟ କମିଶନର ତଥା ଶାସନ ସଚିବ ଡ ବୃନ୍ଦା. ଡି ଏବଂ ବାଲେଶ୍ୱର ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଉପସ୍ଥିତ ଥିଲେ। 

Read Entire Article
LEFT SIDEBAR AD

Hidden in mobile, Best for skyscrapers.