ARTICLE AD BOX
ଭୁବନେଶ୍ବର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁଏଇର କ୍ୟାବିନେଟ୍ ସଦସ୍ୟ ତଥା ଅର୍ଥନୀତି ଓ ପର୍ଯ୍ୟଟନ ମନ୍ତ୍ରୀ ଏବଂ କାଉନସିଲ୍ ଅଫ୍ ଇଣ୍ଟରନ୍ୟାସନାଲ୍ ଇନଭେଷ୍ଟମେଣ୍ଟସ୍ର ଅଧ୍ୟକ୍ଷ ମାନ୍ୟବର ଅବଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ଆଲୋଚନା କରିଛନ୍ତି। ବୈଠକରେ ଓଡ଼ିଶା ଓ ୟୁଏଇ ମଧ୍ୟରେ ଅର୍ଥନୈତିକ ଓ ନିବେଶ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ସହ ଓଡ଼ିଶାରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା ହୋଇଥିଲା।
ମୁଖ୍ୟମନ୍ତ୍ରୀ ଓଡ଼ିଶାର ଅନୁକୂଳ ବ୍ୟବସାୟିକ ପରିବେଶ, ସୁଦୃଢ଼ ଶିଳ୍ପ ଭିତ୍ତିଭୂମି ଓ ବିଭିନ୍ନ ପ୍ରମୁଖ କ୍ଷେତ୍ରରେ ରହିଥିବା ନିବେଶ ସୁଯୋଗ ସମ୍ପର୍କରେ ଅବଗତ କରାଇବା ସହ ୟୁଏଇର ନିବେଶକମାନଙ୍କୁ ଓଡ଼ିଶାରେ ନିବେଶ ପାଇଁ ଆମନ୍ତ୍ରଣ ଜଣାଇଥିଲେ।

1 week ago
7


