Odisha Municipal Elections ପୌରପରିଷଦ ସାଧାରଣ ନିର୍ବାଚନ: ଜାରି ହେଲା ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ସଂଶୋଧନ କାର୍ଯ୍ୟସୂଚୀ

18 minutes ago 1
ARTICLE AD BOX

ଭୁବନେଶ୍ୱର: ରାଜ୍ୟର ପୌରପରିଷଦ, ବିଜ୍ଞପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଓ ମହାନଗର ନିଗମଗୁଡ଼ିକର ଆଗାମୀ ନିର୍ବାଚନ ପାଇଁ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପ୍ରକ୍ରିୟା ସମ୍ପନ୍ନ କରିବା ନିମନ୍ତେ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସଂଶୋଧିତ କାର୍ଯ୍ୟସୂଚୀ ଜାରି କରାଯାଇଛି । ପୂର୍ବରୁ ବିଭାଗ ପକ୍ଷରୁ ଜାରି ହୋଇଥିବା କାର୍ଯ୍ୟସୂଚୀର ଆଂଶିକ ସଂଶୋଧନ କରାଯାଇ ଏହି ସଂଶୋଧିତ କାର୍ଯ୍ୟସୂଚୀ ସମ୍ପର୍କରେ ବୌଦ୍ଧ ଜିଲ୍ଲାକୁ ବାଦ ଦେଇ ସମସ୍ତ ସମ୍ପୃକ୍ତ ଜିଲ୍ଲାପାଳଙ୍କୁ ଅବଗତ କରାଯାଇଛି ।

Panchayat & ULB elections ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି:  ଅକ୍ଟୋବରରୁ ସର୍ଭେ, ଫେବ୍ରୁଆରି ୧୦ରେ ଚୂଡ଼ାନ୍ତ ତାଲିକା

ସଂଶୋଧିତ କାର୍ଯ୍ୟସୂଚୀ ଅନୁଯାୟୀ, ୨୪ ସେପ୍ଟେମ୍ବର ୨୦୨୬ରେ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କ ଦ୍ୱାରା ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ସମ୍ବନ୍ଧୀୟ ଖସଡ଼ା ବିଜ୍ଞପ୍ତି ପ୍ରକାଶ କରାଯାଇ ସାଧାରଣ ଜନତାଙ୍କଠାରୁ ଆପତ୍ତି ଓ ପରାମର୍ଶ ଆହ୍ୱାନ କରାଯିବ। ଆପତ୍ତି ଓ ପରାମର୍ଶ ଦାଖଲ କରିବାର ଶେଷ ତାରିଖ ୩ ଅକ୍ଟୋବର ୨୦୨୬ ରହିଛି ।

ଏହାପରେ, ୭ ଅକ୍ଟୋବର ୨୦୨୬ରେ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କ ଦ୍ୱାରା ୱାର୍ଡ ସୀମା ଓ ଆସନ ସଂରକ୍ଷଣ ସମ୍ବନ୍ଧୀୟ ପ୍ରାଥମିକ ବିଜ୍ଞପ୍ତି ପ୍ରକାଶ କରାଯିବ। ଏହି ବିଜ୍ଞପ୍ତି ବିରୋଧରେ ୭ ଅକ୍ଟୋବରରୁ ୨୧ ଅକ୍ଟୋବର ୨୦୨୬ ପର୍ଯ୍ୟନ୍ତ ଗୃହ ଓ ନଗର ଉନ୍ନୟନ ବିଭାଗ ନିକଟରେ ଆପିଲ୍‌ ଦାଖଲ କରାଯାଇପାରିବ ।

ପ୍ରାପ୍ତ ଆପିଲ୍‌ଗୁଡ଼ିକୁ ସମ୍ପୃକ୍ତ ଜିଲ୍ଲାପାଳମାନେ ନିଜର ସୁପାରିଶ ଓ ମତାମତ ସହ ୨୨ ଅକ୍ଟୋବର ୨୦୨୬ ସୁଦ୍ଧା ସ୍ୱତନ୍ତ୍ର ଦୂତ ମାଧ୍ୟମରେ ନିର୍ଦ୍ଦେଶକ, ପୌର ପ୍ରଶାସନଙ୍କ କାର୍ଯ୍ୟାଳୟରେ ପହଞ୍ଚାଇବେ। ପରବର୍ତ୍ତୀ ପର୍ଯ୍ୟାୟରେ ୨୬ ରୁ ୨୮ ଅକ୍ଟୋବର ୨୦୨୬ ମଧ୍ୟରେ ରାଜ୍ୟ ସରକାର, ଅପିଲେଟ୍‌ କର୍ତ୍ତୃପକ୍ଷ ଭାବେ, ଆପିଲ୍‌ଗୁଡ଼ିକର ଶୁଣାଣି କରି ଚୂଡ଼ାନ୍ତ ନିଷ୍ପତ୍ତି ନେବେ ।

ସମଗ୍ର ପ୍ରକ୍ରିୟାର ଶେଷ ପର୍ଯ୍ୟାୟରେ ୩୧ ଅକ୍ଟୋବର ୨୦୨୬ରେ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କ ଦ୍ୱାରା ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ସମ୍ବନ୍ଧୀୟ ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ କରାଯିବ । ଚୂଡ଼ାନ୍ତ ବିଜ୍ଞପ୍ତିର ଆବଶ୍ୟକ ସଂଖ୍ୟକ ନକଲ ରାଜ୍ୟ ନିର୍ବାଚନ ଆୟୋଗ, ରାଜ୍ୟ ସରକାର ଏବଂ ସମ୍ପୃକ୍ତ ପୌରପରିଷଦ/ଏନ୍‌.ଏ.ସି.କୁ ପ୍ରଦାନ କରାଯିବ ।

Vice Chairperson Municipality Defeated: ଅନାସ୍ଥା ଭୋଟରେ ହାରିଲେ ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡା

ଅନ୍ୟପକ୍ଷରେ, ଭୁବନେଶ୍ୱର, କଟକ, ବ୍ରହ୍ମପୁର ଓ ରାଉରକେଲା ମହାନଗର ନିଗମରେ ୱାର୍ଡ ବିଭାଜନ ଓ ଆସନ ସଂରକ୍ଷଣ ସମ୍ପର୍କିତ ପ୍ରକ୍ରିୟା ପାଇଁ ମଧ୍ୟ ସଂଶୋଧିତ ସମୟସୀମା ଧାର୍ଯ୍ୟ କରାଯାଇଛି । ୨୪ ସେପ୍ଟେମ୍ବର ୨୦୨୬ ସୁଦ୍ଧା ସମ୍ପୃକ୍ତ ମହାନଗର ନିଗମଗୁଡ଼ିକ ପକ୍ଷରୁ ୱାର୍ଡ ବିଭାଜନ ଓ ଆସନ ସଂରକ୍ଷଣ ସମ୍ବନ୍ଧୀୟ ସୂଚନା ନିର୍ଦ୍ଧାରିତ ଫର୍ମ-୧ ଓ ଫର୍ମ-୨ରେ, ୱାର୍ଡ ସୀମା ଦର୍ଶାଉଥିବା ସ୍କେଚ୍‌ ମାନଚିତ୍ର ଏବଂ ମହାନଗର ନିଗମର ସଂକଳ୍ପ ସହିତ ଗୃହ ଓ ନଗର ଉନ୍ନୟନ ବିଭାଗରେ ଦାଖଲ କରାଯିବ ।

Belpahar Municipality Review ବେଲପାହାଡ଼ ପୌରପାଳିକା ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ରାଜସ୍ୱମନ୍ତ୍ରୀ

ମହାନଗର ନିଗମଗୁଡ଼ିକ କ୍ଷେତ୍ରରେ ୫ ଅକ୍ଟୋବର ୨୦୨୬ରେ ସରକାରଙ୍କ ପକ୍ଷରୁ ପ୍ରସ୍ତାବିତ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ସମ୍ପର୍କରେ ଚିଠା ବିଜ୍ଞପ୍ତି ପ୍ରକାଶ କରାଯାଇ ଆପତ୍ତି ଓ ପ୍ରସ୍ତାବ ଆହ୍ୱାନ କରାଯିବ। ଏ ସମ୍ବନ୍ଧରେ ଆପତ୍ତି ଓ ପ୍ରସ୍ତାବ ଦାଖଲ କରିବାର ଶେଷ ତାରିଖ ୧୪ ଅକ୍ଟୋବର ୨୦୨୬ ରହିଛି ।
ଭୁବନେଶ୍ୱର ମହାନଗର ନିଗମ , କଟକ ମହାନଗର ନିଗମ , ବ୍ରହ୍ମପୁର ମହାନଗର ନିଗମ ଏବଂ ରାଉରକେଲା ମହାନଗର ନିଗମର ମହାନଗର ନିଗମ କମିଶନରମାନଙ୍କୁ ଧାର୍ଯ୍ୟ ସମୟସୀମା ମଧ୍ୟରେ ସମସ୍ତ ଆବଶ୍ୟକ ସୂଚନା ଓ ଦଲିଲ ଦାଖଲ କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ସଂଶୋଧିତ କାର୍ଯ୍ୟସୂଚୀ ଅନୁଯାୟୀ, ସମ୍ପୃକ୍ତ ସମସ୍ତ ଜିଲ୍ଲାପାଳ ଓ ମହାନଗର ନିଗମ କମିଶନରମାନଙ୍କୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ସମ୍ପର୍କିତ ସମସ୍ତ ପ୍ରକ୍ରିୟା ସୁଚାରୁ ଓ ସମୟୋପଯୋଗୀ ଭାବେ ସମ୍ପନ୍ନ କରିବାକୁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

Read Entire Article
LEFT SIDEBAR AD

Hidden in mobile, Best for skyscrapers.