Red warning: ବର୍ଷା ପାଇଁ ୫ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

1 week ago 10
ARTICLE AD BOX

ଭୁବନେଶ୍ବର: ସମୁଦ୍ର ପତ୍ତନରେ ମୌସୁମୀ ଟ୍ରଫ୍‌ ଏବେ ଶ୍ରୀ ଗଙ୍ଗାନଗର, ରୋହତକ, ହମୀରପୁର, ସିଦ୍ଧି, ରାଞ୍ଚି, ଦୀଘା ଦେଇ ଦକ୍ଷିଣ ପୂର୍ବ ଦିଗରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ଗତି କରୁଛି। ଏହା ହାରାହାରି ସମୁଦ୍ର ପତ୍ତନଠାରୁ ୧.୫ କିମି ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହି ଟ୍ରଫ୍‌ଟି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଥିବା ଉପରିସ୍ଥ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟଠାରୁ ଦକ୍ଷିଣ ଓଡ଼ିଶା, ଛତିଶଗଡ଼, ଦକ୍ଷିଣ ରାଜସ୍ଥାନ ଓ ଗୁଜୁରାଟ ଦେଇ ଉତ୍ତର-ପୂର୍ବ ଆରବ ସାଗର ପର୍ଯ୍ୟନ୍ତ ସକ୍ରିୟ ରହିଛି। ପ୍ରଭାବରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିବ। ବୁଧବାର ପୂର୍ବାହ୍ଣ ମଧ୍ୟରେ ସମ୍ବଲପୁର, ଦେବଗଡ଼, ଅନୁଗୋଳ, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି।

Neglect: ଗୋଟିଏ ଭୁଲରେ ବନ୍ଦ ହେଲା ଆଧାର, ନ୍ୟାୟ ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ

ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ୍‌ ଗୁରୁବାର ପୂର୍ବାହ୍ଣ ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର ଓ ନୂଆପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହାବ୍ୟତୀତ ବାଲେଶ୍ବର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ଏବଂ ଅନ୍ୟ ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗିରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ପୁରୀ, ଝାରସୁଗୁଡ଼ା, ସୁନ୍ଦରଗଡ଼, ଭଦ୍ରକ, ସମ୍ବଲପୁର, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପୁରୀ ଜିଲ୍ଲା କାକଟପୁରରେ ୧୧ ସେମି ବର୍ଷା ହୋଇଥିବା ବେଳେ ଝାରସୁଗୁଡ଼ାର ଦେଓଗାଁ ଓ ସୁନ୍ଦରଗଡ଼ର ବଣାଇଗଡ଼ରେ ୧୦, କୁତ୍ରାରେ ୯, ଭଦ୍ରକର ଆଖୁଆପଦାରେ ୮, ସମ୍ବଲପୁରର ଜମନକିରା, ଝାରସୁଗୁଡ଼ାର ଲଖନପୁର, ମୟୂରଭଞ୍ଜର ମୋରଡ଼ା, ସୁନ୍ଦରଗଡ଼ର ବଡ଼ଗାଁ, ବାଲେଶ୍ବର ଜିଲ୍ଲାର ନୀଳଗିରିରେ ୭ ସେମି ଲେଖାଏଁ ବର୍ଷା ରେକର୍ଡ କରାଯାଇଛି।

UCC Bill: ମଧ୍ୟପ୍ରଦେଶ ବିଧାନସଭାରେ ସମାନ ନାଗରିକ ସଂହିତା ବିଲ୍‌ ଗୃହୀତ

Read Entire Article
LEFT SIDEBAR AD

Hidden in mobile, Best for skyscrapers.