Vice President C. P. Radhakrishnan ବିଧାୟକମାନଙ୍କ ଏକଦିବସୀୟ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମରେ ଯୋଗଦେବେ ଉପରାଷ୍ଟ୍ରପତି

43 minutes ago 2
ARTICLE AD BOX

ଭୁବନେଶ୍ୱର:  ଉପରାଷ୍ଟ୍ରପତି ସି ପି ରାଧାକ୍ରିଷ୍ଣନ ନଭେମ୍ବର ୧୬ ତାରିଖରେ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ଓଡ଼ିଶା ବିଧାନସଭାର ବିଧାୟକମାନଙ୍କ ପାଇଁ ଏକଦିବସୀୟ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମରେ ଯୋଗ ଦେବେ । 

MLA Saroj Padhi': ସିଡିଓଙ୍କୁ ବିଧାୟକ ସରୋଜ ପାଢ଼ୀଙ୍କ ଦୁର୍ବ୍ୟବହାର ପ୍ରସଙ୍ଗ: ବିବାଦ, ଏତଲା, ଚାପ, ସମାଧାନ
ଆଜି(ସୋମବାର) ବିଧାନସଭା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଏହି ଗସ୍ତନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। 

Odisha Assembly Winter Session 2026 ୧୮ରୁ ୧୭ତମ ବିଧାନସଭାର ୮ମ ଅଧିବେଶନ, ଡିସେମ୍ବର ୩୧ ଯାଏଁ ଚାଲିବ
ସୂଚନାନୁସାରେ, ଉକ୍ତ ଓରିଏଣ୍ଟେସନ୍‌ କାର୍ଯ୍ୟକ୍ରମରେ ବାଚସ୍ପତି ସୁରମା ପାଢୀ ଅଧ୍ୟକ୍ଷତା କରିବେ। କାର୍ଯ୍ୟକ୍ରମରେ ତିନିଟି ଅଧିବେଶନ ରହିବ । ଉଦଘାଟନୀ ଅଧିବେଶନରେ ଓଡ଼ିଶାର ରାଜ୍ୟପାଳ ବ୍ରଜମୋହନ ରାମ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ ।
ଓଡ଼ିଶା ବିଧାନସଭାରେ ମୋଟ ୩୫ଟି ସଂସଦୀୟ କମିଟି ରହିଛି । ସଂସଦୀୟ କମିଟି ବ୍ୟବସ୍ଥାକୁ ସୁଦୃଢ଼ କରିବା ଦିଗରେ କେରଳ ଓ ଓଡ଼ିଶା ଉଲ୍ଲେଖନୀୟ ଭାବେ କାର୍ଯ୍ୟ କରୁଛନ୍ତି । ଏହି ବ୍ୟବସ୍ଥାକୁ ଆହୁରି ସକ୍ରିୟ ଓ ଫଳପ୍ରଦ କରିବା ସହ ବିଧାୟକମାନଙ୍କ ଦକ୍ଷତା ବିକାଶ କରିବା ଏହି ଓରିଏଣ୍ଟେସନ୍ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ।

Vice President: ରୁବି ଓ ରୌପ୍ୟ ଜୟନ୍ତୀ ସମାରୋହରେ ଶାସ୍ତ୍ର ବିଶ୍ବବିଦ୍ୟାଳୟରେ ଉପରାଷ୍ଟ୍ରପତି
ବିଭିନ୍ନ ବିଭାଗର କାର୍ଯ୍ୟକାରିତା, ସରକାରୀ ଯୋଜନା ଓ ନିଷ୍ପତ୍ତିର ରୂପାୟନ ଏବଂ କାର୍ଯ୍ୟନିର୍ବାହୀ ବିଭାଗଗୁଡ଼ିକର କାର୍ଯ୍ୟଧାରା ଉପରେ ବିଧାୟକମାନେ କିପରି ପ୍ରଭାବଶାଳୀ ଭାବେ ନଜର ରଖିପାରିବେ, ସେ ସମ୍ପର୍କରେ ଆବଶ୍ୟକ ତାଲିମ ପ୍ରଦାନ କରାଯିବ ।

Budget: ୨୦୨୭-୨୮ ବଜେଟ୍‌ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ ଅକ୍ଟୋବର ୧୨ରୁ ପ୍ରାକ୍‌ ବଜେଟ୍‌ ‌ବୈଠକ
ବିଶେଷକରି ଆଗାମୀ ବଜେଟ୍ ଅଧିବେଶନକୁ ଦୃଷ୍ଟିରେ ରଖି ବଜେଟ୍ ଆଲୋଚନା, ବିଭିନ୍ନ ବିଭାଗକୁ ଆବଣ୍ଟିତ ଅର୍ଥର ପରିମାଣ, ବ୍ୟୟ ଓ ଅନୁଦାନର ଅନୁପାତ, ବଜେଟ୍ ଆକଳନ ଏବଂ କାର୍ଯ୍ୟନିର୍ବାହୀ ବିଭାଗର କାର୍ଯ୍ୟର ସମୀକ୍ଷା ଆଦି ବିଷୟରେ ବିଧାୟକମାନଙ୍କୁ ତାଲିମ ଦିଆଯିବ । ଏଥିସହ ବଜେଟ୍ ଉପସ୍ଥାପନାର ବିଭିନ୍ନ ଦିଗ ଏବଂ ବିଧାନସଭାରେ କିପରି ଅଧିକ ଫଳପ୍ରଦ, ତଥ୍ୟଭିତ୍ତିକ ଓ ଗଠନମୂଳକ ଆଲୋଚନା କରାଯାଇପାରିବ, ସେ ଉପରେ ମଧ୍ୟ ଗୁରୁତ୍ୱ ଦିଆଯିବ ।

Read Entire Article
LEFT SIDEBAR AD

Hidden in mobile, Best for skyscrapers.